ADS

ରାଜ୍ୟରେ ଆଜି ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୨୮ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର ୩୦।୦୪: ରାଜ୍ୟରେ ଥମିବାର ନାଁ ନେଉନି କରୋନା । ଆଜି ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି । ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ସୂଚନାଯୋଗ୍ୟ, ଆଜି ତିନିଜଣ କରୋନା ପଜିଟିଭ ଚିହ୍ଅନଟ ହୋାଇଥିବା ବେଳେ ଗତକାଲି ରାଜ୍ୟରେ ସାତ ଜଣ କରୋନା ପଜିଟିଭ୍‌ଙ୍କ ସଂପର୍କରେ ସୂଚନା ମିଳିଥିଲା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଥିଲା । ତେବେ ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ ଭୁବନେଶ୍ଵରରୁ ହୋଇଥିବା ବେଳେ ଅନ୍ୟ ତିନି କେନ୍ଦୁଝର, ଦେବଗଡ ଏବଂ ଝାରସୁଗୁଡା ଜିଲ୍ଲାର। ଓ ସନ୍ଧ୍ୟା ସମୟରେ ବାଲେଶ୍ୱର ଜିଲ୍ଲାରୁ ତିନିଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ତେବେ ଗତକାଲି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ଜଣଙ୍କୁ ଛାଡି ଅନ୍ୟ ସମସ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ ରହିଛି । ପ୍ରାୟତଃ ସମସ୍ତେ କିଛି ଦିନ ତଳେ ପଶ୍ଚିମବଙ୍ଗରୁ ଫେରିଥିଲେ । ତେବେ ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ କେଉଁ ଜିଲ୍ଲାର ତାହା ଜଣାପଡିନାହିଁ । କିନ୍ତୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ୍‌ ଅନୁସାରେ ସମସ୍ତ ସଂକ୍ରମିତ ଯାଜପୁର ଜିଲ୍ଲାର ବୋଲି ଅନୁମାନ କରାଯାଉଛି । ତେବେ ସ୍ୱାସ୍ଥ୍ୟ ବିଭାଗ ଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୨୮କରୋନା ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯ଜଣ ସୁସ୍ଥ ହୋଇସାରିଛନ୍ତି । କେବଳ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ତେବେ ଗତକିଛି ଦିନ ହେଲା ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ବର୍ତ୍ତମାନ ସ୍ଥିତିରେ ବଢୁଥିବା କରୋନା ପଜିଟିଭ୍‌ କେସ୍‌ ମଧ୍ୟରୁ ପ୍ରାୟ ଅଧିକାଂଶ ଲୋକଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି । ଦେଖିବାକୁ ଗଲେ ରାଜ୍ୟ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ପଶ୍ଚିମବଙ୍ଗ ଫେରନ୍ତା ।



from Prameya News7

Comments

Popular posts from this blog