ଭୁବନେଶ୍ୱର ୨୯।୦୬: ରାଜ୍ୟ ବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଆସନ୍ତା ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣି ମଧ୍ୟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ତେଣୁ କୃଷକମାନଙ୍କୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ଅପରପକ୍ଷେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଗୋଟିଏ ଟ୍ରଫଲାଇନ୍ ଦେଖା ଦେଇଛି । ଯାହା ସମୁଦ୍ର ପତ୍ତନଠୁ ୩.୧ କିଲୋମିଟର ଉପରେ ରହିଛି । ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ଏହି ଜିଲ୍ଲାଗୁଡିକ ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖରେ ପ୍ରାୟ ଜିଲ୍ଲାର କିଛି ସ୍ଥାନରେ ...